ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ

ଆଶ୍ବସ୍ତି ଆଣିବ ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି  । ଆଜି ଏହା ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ । ଧୀରେ ଧୀରେ ଉତ୍ତର ପୂର୍ବ ଦିଗରେ ମିଆଁମାର ଦିଗକୁ ଗତି କରିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭବନା ଅଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ତାପମାତ୍ରା ସାମାନ୍ୟ ହ୍ରାସ ପାଇବା ସହ ଏହାପରେ ସାରା ରାଜ୍ୟରେ ସ୍ବାଭାବିକ ତାପମାତ୍ରା ରହିବ । ଗୋଟିଏ ଦୁଇଟି ଜିଲାରେ ସ୍ବାଭାବିକଠାରୁ ୧-୨ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.