ସୀମାରେ ଆଲର୍ଟ

ଦିନୁ ଦିନ କରୋନା ସ୍ଥିତି ଅଧିକ ଭୟଙ୍କର ହେଉଛି।  ଦିନକରେ ଲକ୍ଷେ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩ ହଜାର ୫୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ସେହିପରି ରାଜ୍ୟରେ ବି ୫୦୦ ଡେଇଁଛି ଦୈନିକ ପଜିଟିଭ ସଂଖ୍ୟା।

gpkandhamal

ଗତ ୩ ଦିନ ହେଲା ୫୦୦ ମୁହାଁ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୭୩ରେ  ପହଞ୍ଚି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଅଧିକ ନଜର ରଖାଯାଇଛି।  ବିଶେଷକରି  ଛତିଶଗଡ଼ରୁ ଯେଉଁମାନେ ଓଡ଼ିଶା ଆସୁଛନ୍ତି ସେମାନଙ୍କର ଟେଷ୍ଟିଂ ଓ ଟ୍ରେସିଂ କରାଯାଉଛି । ସୀମାବର୍ତ୍ତୀ ଜିଲ୍ଲାରେ ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଆଲର୍ଟ ଅଛନ୍ତି ।

Umasankar Adv
Leave A Reply

Your email address will not be published.