ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ

ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଅନୀଲ ଦେଶମୁଖ । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଂଚ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶ ଆସିବାର କିଛି ସମୟ ମଧ୍ୟରେ ଅନୀଲ ଦେଶମୁଖ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଦେଖା କରିଥିଲେ । ସେଠାରୁ ଫେରି ସେ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନିକଟରେ ପହଂଚାଇଛନ୍ତି ।

Leave A Reply

Your email address will not be published.