ରାଜ୍ୟ ବାହାରୁ ଆସୁଥିଲେ ଲୋଡ଼ା କରୋନା ନେଗେଟିଭ୍ ରିପୋର୍ଟ

ଦେଶ ଓ ରାଜ୍ୟରୁ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦେଖି ସ୍ୱତନ୍ତ୍ର ରିଲିଫ୍ କମିଶନର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ବାହାର ରାଜ୍ୟରୁ ବସ୍, ଟ୍ରେନ୍ ଓ ବିମାନ ଯୋଗେ ଓଡ଼ିଶା ଆସୁଥିବା ଲୋକଙ୍କ ପାଇଁ କଟକଣାକୁ କଡ଼ାକଡ଼ି କରାଯାଇଛି । ବାହାର ରାଜ୍ୟରୁ ଆସିଥିବା ଲୋକ ୭୨ ଘଣ୍ଟା ପୂର୍ବର କୋଭିଡ୍ ଆରଟି-ପିସିଆର୍ ନେଗେଟିଭ୍ ରିପୋର୍ଟ ଅଥବା ଦ୍ୱିତୀୟ ଡୋଜ୍ ଭ୍ୟାକ୍ସିନ୍ ନେଇଥିବା ରିପୋର୍ଟ ଦେବେ । ଯଦି କେଉଁଟି ବି ନଥିବ ତ ସେମାନଙ୍କୁ ୭ ଦିନ ଲାଗି ବାଧ୍ୟତାମୂଳକ ହୋମ୍ କ୍ୱାରେଣ୍ଟାଇନ୍ କିମ୍ବା ଗୋଷ୍ଠୀଗତ କ୍ୱାରେଣ୍ଟାଇନରେ ରହିବାକୁ ପଡ଼ିବ ।

gpkandhamal

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ୧୬ଟି ଜିଲ୍ଲାରେ ଆବଶ୍ୟକତା ଭିତ୍ତିରେ ଟିଏମସି ସ୍ଥାପନ ଓ ପରିଚାଳନା ଲାଗି ନିର୍ଦ୍ଦେଶ ଦିଆଯାଇଛି । ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଲାଗି ଗୋଷ୍ଠୀଗତ କ୍ୱାରେଣ୍ଟାଇନ୍ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଦିଆଯିବ ।

Umasankar Adv
Leave A Reply

Your email address will not be published.