କାର୍ଯ୍ୟକ୍ଷମ ହେଲା ତାଳଚେର MCL ହସ୍ପିଟାଲ

କୋଭିଡ଼ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ହେଲା ତାଳଚେର MCL ହସ୍ପିଟାଲ ।  ମିଳିଲା ସମସ୍ତ ଆନୁସାଙ୍ଗିକ ବ୍ୟବସ୍ଥା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କୋଇଲା ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ ସଂକ୍ରମଣ ବଢାଚାଲିଛି । ଏହାକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ ହସ୍ପିଟାଲକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି । ଏଠାରେ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯାଇଛି । ଏ ନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ ଯୋଗେ ସୂଚନା ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲଙ୍କୁ ଧନ୍ୟବାଦ ଜଣାଇଛନ୍ତି । ତାଳଚେର MCL ହସ୍ପିଟାଲକୁ କୋଭିଡ଼ ହସ୍ପିଟାଲରେ ପରିଣତ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ ।

Leave A Reply

Your email address will not be published.