ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ପ୍ରଭାବ ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବାରୁ ୧୯ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ୩୦ ରୁ ୪୦ କିମି ବେଗରେ ପବନ ବୋହିବା ନେଇ ଆଶଙ୍କା କରାଯାଉଛି । ଫଳରେ ଏହି ଜିଲ୍ଲାଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ବଜ୍ରପାତ ଓ କାଳବୈଶାଖୀ ସମ୍ଭାବନା ଥିବା ନେଇ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ରହିଛି । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ରହିଛି ।

Leave A Reply

Your email address will not be published.