ପୁଣି ୧୦ ହଜାର ଡେଇଁଲା ଦୈନିକ ସଂକ୍ରମଣ

ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୧୦ ହଜାର ଡେଇଁଥିବା ଜଣାପଡିଛି ଦିନକ ବ୍ୟବଧାନରେ ବଢିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୧୫୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୬୪ ଓ କଟକରୁ ୮୮୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୫୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୫୪, ବରଗଡ଼ରୁ ୪୩୧, ବଲାଙ୍ଗିରରୁ ୪୨୬, ପୁରୀରୁ ୩୯୮, ଝାରସୁଗୁଡ଼ାରୁ ୩୮୦, ନୂଆପଡ଼ାରୁ ୩୭୮, କଳାହାଣ୍ଡିରୁ ୩୭୦, ଯାଜପୁରରୁ ୩୪୯, ନବରଙ୍ଗପୁରରୁ ୩୩୫, ବାଲେଶ୍ୱରରୁ ୩୦୩, କେନ୍ଦୁଝରରୁ ୨୫୩, ମୟୂରଭଞ୍ଜରୁ ୨୩୯, ଜଗତସିଂହପୁରରୁ ୨୩୨, ଭଦ୍ରକରୁ ୨୩୧, ସୁବର୍ଣ୍ଣପୁରରୁ ୨୧୫, ରାୟଗଡ଼ାରୁ ୨୧୨, କୋରାପୁଟରୁ ୧୯୫, ନୟାଗଡ଼ରୁ ୧୯୨, ଢେଙ୍କାନାଳରୁ ୧୮୯, ବୌଦ୍ଧରୁ ୧୮୦, ଗଞ୍ଜାମରୁ ୧୭୭, କେନ୍ଦ୍ରାପଡ଼ାରୁ ୧୪୧, କନ୍ଧମାଳରୁ ୧୩୪, ଦେବଗଡ଼ରୁ ୧୨୭, ଗଜପତିରୁ ୧୧୧ ଓ ମାଲକାନଗିରିରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.