ଆସନ୍ତା ୨ଦିନ ପର୍ଯ୍ୟନ୍ତ ମେଘୁଆ ରହିବ ପାଗ

ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ରହିଛି । ସେଥିଲାଗି ଉକ୍ତ ଜିଲ୍ଲା ପାଇଁ ୟେଲୋ-ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨ଦିନ ଧରି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥା‌ନରେ କା‌ଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ତେଣୁ ତାପମାତ୍ରା ଅପରିବର୍ତ୍ତିତ ରହିବ। ସେପଟେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାର ତାପମାତ୍ରା ୨ରୁ ୪ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ।

Leave A Reply

Your email address will not be published.