ସୁପର ସ୍ପେଶାଲିଟି” ହସ୍ପିଟାଲରେ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସେଲ୍ ରାଉରକେଲା ଇସ୍ପାତ କାରଖାନାର “ଇସ୍ପାତ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍ ଏବଂ ସୁପର ସ୍ପେଶାଲିଟି” ହସ୍ପିଟାଲରେ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ୧୧.୩୦ ଘଟିକା ସମୟରେ ଅନ୍ ଲାଇନ୍ ମୋଡ୍ ମାଧ୍ୟମରେ ଲୋକାର୍ପଣ କରିବେ। ୨୦୨୧ ମାର୍ଚ୍ଚ ୨୧ ତାରିଖରେ ମାନ୍ୟବର ରାଷ୍ଟ୍ରପତିଙ୍କ ଦ୍ୱାରା ଆଇପିଜିଆଇ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲକୁ ରାଷ୍ଟ୍ର ଉର୍ଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିଲା ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡର ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରୁ ହସ୍ପିଟାଲରେ ଅମ୍ଳଜାନ ସଂଯୁକ୍ତ ବେ଼ଡ୍ ବୃଦ୍ଧି କରିବା ସହ ଭେଣ୍ଟିଲେଟର ଏବଂ ଆଇସିୟୁ ବେଡର ବ୍ୟବସ୍ଥା କରିବାକୁ ସେଲକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ନିର୍ଦ୍ଦେଶ ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶ ପରେ ଏହି ହସ୍ପିଟାଲରେ ତୁରନ୍ତ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡର ବ୍ୟବସ୍ଥା କରାଯାଇଛି । ଏହି ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ଆଇସିୟୁ ନିଶ୍ଚିତ ଭାବରେ କୋଭିଡ ରୋଗୀଙ୍କୁ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା ଯୋଗାଇବା ସହିତ ବହୁ ଜୀବନ ରକ୍ଷା କରିବାରେ ସହାୟକ ହେବ।

Leave A Reply

Your email address will not be published.