ଚିତ୍ରକୋଣ୍ଡାରେ ଡଙ୍ଗା ବୁଡ଼ି ୫ ମୃତ

ମାଲକାନଗିରି ଚିତ୍ରକୋଣ୍ଡାରେ ଅଘଟଣ । ଡଙ୍ଗା ବୁଡ଼ିଯିବାରୁ ୫ ଜଣଙ୍କ ଜୀବନ ଯାଇଛି। ସିଲେରୁ ନଦୀ ପାର ହେଉଥିବା ବେଳେ କନ୍ଧଗୁଡ଼ା ଘାଟରେ ଡଙ୍ଗା ବୁଡ଼ିଯାଇଛି । ତେଲେଙ୍ଗାନାରୁ ଦାଦନ ଖଟି ଗାଁକୁ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି। ପହଁରି ପହଁରି କୂଳକୁ ୩ ଜଣ ଆସିଥିବା ବେଳେ ୫ ଜଣଙ୍କ ଜୀବନ ଯାଇଛି। ସୂଚନା ମୁତାବକ ଦୁଇଟି ଡଙ୍ଗାରେ ମୋଟ ୧୧  ଜଣ ଘରକୁ ଫେରୁଥିଲେ । ଗୋଟିଏ ଡଙ୍ଗା ବୁଡ଼ିବାରୁ ସମସ୍ତେ ଅନ୍ୟ ଡଙ୍ଗାକୁ ଆସିଥିଲେ । ଅଧିକ ଲୋକ ହେବାରୁ ଦ୍ୱିତୀୟ ଡଙ୍ଗା ମଧ୍ୟ ବୁଡ଼ି ଯାଇଥିଲା । ଘଟଣାକୁ ନେଇ ଓଡ୍ରାଫ୍, ଅଗ୍ନିଶମ ଟିମର ରେସକ୍ୟୁ ଅପରେସନ୍ ଜାରି ରହିଛି।

Leave A Reply

Your email address will not be published.