ଆଜି ୩୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ କରୋନା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲେ ସୁଦ୍ଧା ମୃତ୍ୟୁ ସଂଖ୍ୟାରେ କୌଣସି ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ନୂଆ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୫୧କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରିଛି । ଆଜି ଅନୁଗୁଳରୁ ସର୍ବାଧିକ ୫, ସୁନ୍ଦରଗଡ଼ରେ ୪, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.