କମୁନି ମୃତ୍ୟୁ ସଂଖ୍ୟା

ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କୌଣସି ରୋକ ଲାଗିପାରିନି । ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଛି ।ଆଜି ଚାରିବର୍ଷର ଶିଶୁ ସମେତ ଅନ୍ୟ ୩୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୫ ଜଣ, କଳାହାଣ୍ଡି ଓ ରାୟଗଡାରୁ ୪ ଜଣ ଲେଖାଏଁ, ଝାରସୁଗୁଡା, ନବରଙ୍ଗପୁର, ଖୋର୍ଦ୍ଧା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, ବୌଦ୍ଧ, ଜଗତସିଂହପୁର ଓ କୋରାପୁଟରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସେହିପରି କଟକ, ମାଲକାନଗିରି, ସମ୍ବଲପୁର ଓ ସୋନପୁରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କୋରାପୁଟରୁ ଚାରିବର୍ଷର ଶିଶୁଙ୍କ କରୋନାରେ ମୃତ୍ୟୁ ହୋଇଛି । ମୃତକମାନେ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।

Leave A Reply

Your email address will not be published.