ଆଜି ବି ୩୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ କମ୍ ରହିଥିବାବେଳେ ମୃତ୍ୟୁ ସଂଖ୍ୟାରେ କୌଣସି ବ୍ରେକ ଲାଗୁନି । ଦୈନିକ ୩୦ରୁ ଉର୍ଦ୍ଧ୍ବ ମୃତ୍ୟୁ ସଂଖ୍ୟା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଥିବ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଦେବଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.