ଆସନ୍ତାକାଲିଠାରୁ ୪ଦିନ ପର୍ଯ୍ୟନ୍ତ କାଳବୈଶାଖୀ

ଆସନ୍ତାକାଲି ଠାରୁ ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବାନେଇ ପାଣିପାଗ ବିଭାଗ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, କଲାହାଣ୍ଡି, କନ୍ଧମାଲ, ଯାଜପୁର, ବାଲେଶ୍ବର, ଭଦ୍ରକରେ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି । ସେପଟେ ଜୁନ୍ ୩ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଜୁନ୍ ୮ ତାରିଖ ବେଳକୁ ମୌସୁମୀ ସଂପୂର୍ଣ୍ଣ କେରଳ ଛୁଇଁବ ।

Leave A Reply

Your email address will not be published.