ୟାସ ମୁକାବିଲା ଓ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ ଅଗ୍ନିଶମବାହିନୀର ୧୦ଜଣ କର୍ମଚାରୀ କରୋନା ସଂକ୍ରମିତ

ବାତ୍ୟା ୟାସ୍ ମୁକାବିଲା ଓ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ଅଗ୍ନିଶମବାହିନୀର  ୧୦ଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ବାତ୍ୟା ଦ୍ବାରା କ୍ଷତିଗ୍ରସ୍ତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ନିୟୋଜିତ ହୋଇଥିବା ଅଗ୍ନିଶମ ସେବା ସଂସ୍ଥାର ୧୦ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସଂକ୍ରମିତ କର୍ମଚାରୀଙ୍କୁ କୋଭିଡ କେୟାର ସେଣ୍ଟରରେ ରଖାଯାଇଥିବାବେଳେ ଅନ୍ୟ କର୍ମଚାରୀଙ୍କୁ ଆଇସୋଲେସନରେ ଭର୍ତ୍ତି କରାଯାଇଛି । କୋଭିଡ୍‌ ଆକ୍ରାନ୍ତ କର୍ମଚାରୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ବୁଝି ସହାୟତା ଯୋଗାଇବା ପାଇଁ ଅଗ୍ନିଶମ ନିର୍ଦ୍ଦେଶାଳୟ ପକ୍ଷରୁ ବିଭାଗୀୟ ଅଧିକାରୀମାନଙ୍କୁ କୁହାଯାଇଛି ।

Leave A Reply

Your email address will not be published.