ରେକର୍ଡମୁହାଁ କରୋନା ମୃତ୍ୟୁ ସଂଖ୍ୟା

କରୋନାର ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିଲେ ସୁଦ୍ଧା ଦୈନିକ ମୃତ୍ୟୁ ସଂଖ୍ୟାରେ ରେକର୍ଡରେ ରହିଛି । ଦିନକ ମଧ୍ୟରେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ, ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ, କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡ଼ା, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସମସ୍ତ ମୃତକ ସ୍ଥାନୀୟ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.