ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ବିଜୟଶ୍ରୀ ରାଉତରାୟ

ଆଜି ଭୁବନେଶ୍ୱରରୁ ସ୍ୱର୍ଗତ ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ ମରଶରୀରକୁ ଗାଁ  ଭଦ୍ରକର ତିହିଡ଼ି ମୁକୁନ୍ଦପୁର ଅଭିମୁଖେ ନିଆଯିବ । ଗାଁରେ ତାଙ୍କ ଶେଷ କୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି  । ଗାଁକୁ ନେବା ପୂର୍ବରୁ ତାଙ୍କ ପାର୍ଥିବ ଶରୀରକୁ ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ନିଆଯିବ । ସେଠାରେ ଦଳର ନେତୃମଣ୍ଡଳୀ ସ୍ୱର୍ଗତ ରାଉତରାୟଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ସେ ଗତକାଲି ସନ୍ଧ୍ୟା ସାଢ଼େ ୫ଟାବେଳେ ନିଃଶ୍ୱାସ ତ୍ୟାଗ କରିଥିଲେ ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଗତକାଲି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବୁଧବାର ସନ୍ଧ୍ୟା ସାଢ଼େ ୫ଟାବେଳେ ସେ ନିଃଶ୍ୱାସ ତ୍ୟାଗ କରିଥିଲେ । କୋଭିଡ୍‌ରୁ ମୁକ୍ତ ହେବା ପରେ ବି ଜଟିଳ ରୋଗ (କୋମର୍‌ବିଡିଜ୍‌)ରେ ପୀଡ଼ିତ ଥିବାରୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହୋଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ସନ୍ଧ୍ୟାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏହି ଦୁଃଖଦ ଖବରରେ ପାଇବା ପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସ୍ୱର୍ଗତ ରାଉତରାୟଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନୀଳମଣି ରାଉତରାୟଙ୍କ ପୁଅ ବିଜୟଶ୍ରୀ ବାସୁଦେବପୁର ନିର୍ବାଚନମଣ୍ଡଳୀରୁ ୬ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.