ରାଜ୍ୟରେ ଆଜି ନେଇଛି ୩୯ ଜଣଙ୍କ ଜୀବନ

ରାଜ୍ୟରେ ଦୈନିକ ସଂକ୍ରମଣ ତଳମୁହାଁ ରହିଥିବାବେଳେ କରୋନା ମୃତ୍ୟୁ ସଂଖ୍ୟା ଶିଖର ସ୍ତର ଦେଇ ଗତି କରୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଥିବା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.