ଆଜି ୪୧ ଜଣଙ୍କ ମୃତ୍ୟୁ

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଦୈନିକ ରେକର୍ଡ ସଂଖ୍ୟକ ରହୁଛି। ଆଜି ସମୁଦାୟ ମୃତ୍ୟୁ ସଂଖ୍ୟା ତିନିହଜାର ଟପିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ସୁନାନୁସାରେ, ଆଜି ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡ଼ରୁ ୪ ଜଣ, ଗଞ୍ଜାମ ଓ ପୁରୀରୁ ୪ ଜଣ ଲେଖାଏଁ, ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁରରୁ ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.