ଆଜି ବି କରୋନା ନେଲା ୪୩ ଜଣଙ୍କ ଜୀବନ

କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବ୍ରେକ ଲାଗୁଥିଲେ ସୁଦ୍ଧା ମୃତ୍ୟୁ ସଂଖ୍ୟା ବଢିଚାଲିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫ ଜଣ, ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର, ବୌଦ୍ଧରୁ ୩ ଜଣ ଲେଖାଏଁ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ, ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ଵରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.