ଦୁଇଦିନ ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

ଆଗାମୀ ଦୁଇଦିନ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବାବେଳେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଏହା ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା କରାଯାଇଛି । ଯାହାଦ୍ବାରା ଆଗାମୀ ଦୁଇ-ଚାରିଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ସେଥିଲାଗି ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗରପୁର ଓ ମୟରଭଂଜରେ ଆଲର୍ଟ ଜାରି ହୋଇଛି । ଏଥିସହ କିଛି ସ୍ଥାନରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହିପରି ସମୁଦ୍ର କୂଳୀୟ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆକଳନ କରାଯାଇଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.