ପୂର୍ବତନ ବକ୍ସର ଗାଙ୍ଗୋମ ଡିଙ୍କୋ ସିଂହଙ୍କ ପରଲୋକ

ଲିଭର୍ କ୍ୟାନସର ରୋଗରେ ଆକ୍ରାନ୍ତ ହୋଇ ପୂର୍ବତନ ବକ୍ସର ଗାଙ୍ଗୋମ ଡିଙ୍କୋ ସିଂହଙ୍କ  ୪୨ ବର୍ଷ ବୟସରେ ପରଲୋକ ହୋଇଛି । ମଣିପୁର ବାସିନ୍ଦା ଗାଙ୍ଗୋମ ଡିଙ୍କୋ ସିଂହଙ୍କ ଦେହାନ୍ତରେ କ୍ରୀଡ଼ା ଦୁନିଆରେ ଶୋକର ଛାୟା ଖେଳିଯାଇଛି । ୦୧୭ ମସିହାରୁ ସେ ରୋଗାଗ୍ରସ୍ତ ଥିଲେ । କ୍ୟାନସର ସହ ଗତବର୍ଷ କରୋନାରେ ବି ସଂକ୍ରମିତ ହୋଇଥିଲେ ଗାଙ୍ଗୋମ ଡିଙ୍କୋ ସିଂହ । କରୋନାରୁ ବି ସେ ହରାଇଥିଲେ । କିନ୍ତୁ କ୍ୟାନସରକୁ ଜିତି ପାରିଲେ ନାହିଁ ୧୯୯୮ ମସିହାରେ ବ୍ୟାଙ୍କକରେ ଅନୁଷ୍ଠିତ ଏସୀୟ କ୍ରୀଡ଼ାରେ ସେ ସ୍ୱର୍ଣ୍ଣପଦକ ହାସଲ କରିଥିଲେ । ସେହିବର୍ଷ ତାଙ୍କୁ ପ୍ରଦାନ କରାଯାଇଥିଲା ଅର୍ଜୁନ ପୁରସ୍କାର । କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୧୩ରେ ଗାଙ୍ଗୋମ ଡିଙ୍କୋ ସିଂହ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।

Leave A Reply

Your email address will not be published.