ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ କୌଣସି ବ୍ରେକ ଲାଗୁନି। ଗତ ୨୪ ମଧ୍ୟରେ ୪୪ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ, ଅନୁଗୁଳ, ବରଗଡ଼, କଟକ ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ, କଳାହାଣ୍ଡି, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର,ବୌଦ୍ଧ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଦେବଗଡ଼, ଢ଼େଙ୍କାନଳ, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।