ଆଜି ୩୮୦୬ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ଗତ ଦୁଇଦିନ ହେଲା କରୋନା ଦୈନିକ ସଂକ୍ରମିତ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିବା ଜଣାପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସଂପର୍କ ବିଭାଗ ଜଣାଇଛି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରେ କ୍ବାରେଣ୍ଟାଇନରୁ ୨୧୭୨ ଜଣ ରହିଥିବା ୧୬୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮କୁ ବୃଦ୍ଧି ପାଇଛି । ଆଜି ଅନୁଗୁଳରୁ ୧୭୫, ବାଲେଶ୍ବରରୁ ୨୨୦, ବରଗଡରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗୀରରୁ ୨୮, ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୧୩୦, ଯାଜପୁରରୁ ୩୪୬, ଝାରସୁଗୁଡାରୁ ୧୯, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡାରୁ ୧୪୫, କେଉଁଝରରୁ ୮୧, ଖୋର୍ଦ୍ଧାରୁ ୬୧୭, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୧୫୯, ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୂଆପଡାରୁ ୩୧, ପୁରୀରୁ ୨୦୦, ରାୟଗଡାରୁ ୧୧୧, ସମ୍ବଲପୁରରୁ ୪୫, ସୋନପୁରରୁ ୩୬, ସୁନ୍ଦରଗଡରୁ ୧୧୯ ଓ ରାଜ୍ୟ ପୁଲରୁ ୯୫ ଜଣ ସଂକ୍ରମିତ ରହିଛନ୍ତି । ଆଜିର ନୂଆ ମାମଲାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରେ ୮୨୩୫୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୪୩୩୩୮ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତେବେ ଏଯାବତ ମୋଟ ୧୨୯୬୪୭୦୫ଟି କରୋନା ନମୁନା ସଂଗ୍ରହ ହୋଇସାରିଛି ।

Leave A Reply

Your email address will not be published.