ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର :କରୋନା ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଗତ ୨୪ ଘଣଣ୍ଟାରେ ରାଜ୍ୟରେ ଆଉ ୪୪  ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ଏଥିରେ  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ବରଗଡ଼, କଟକରୁ ୫ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ, ପୁରୀରୁ ୪ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଂଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ ମୃତ୍ୟୁ ଘଟିଛି। ନୟାଗଡ଼, ସମ୍ବଲପୁରରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ମାଲକାନଗିରିରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି। ସେହିପରି  ଗତ ୨୪ ଘଣ୍ଟାରେ ରାଜ୍ୟରେ ୩, ୬୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ୩୬୫୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୯୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୫୫୨। ୩, ୬୫୦ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୦୪ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୫,  ଯାଜପୁରରୁ ୩୩୨, ବାଲେଶ୍ୱରରୁ ୨୭୮, ଭଦ୍ରକରୁ ୧୭୦, ମୟୂରଭଂଜରୁ ୧୪୫, ଜଗତସିଂହପୁରରୁ ୧୩୮, ନୟାଗଡ଼ରୁ ୧୨୨, ଅନୁଗୁଳରୁ ୧୧୨, ଢେଙ୍କାନାଳରୁ ୧୧୦, ସୁନ୍ଦରଗଡ଼ରୁ ୧୦୬, କେନ୍ଦ୍ରାପଡ଼ାରୁ ୧୦୬, କୋରାପୁଟରୁ ୧୦୪ ପଜିଟିଭ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.