ଆକାଶ ପାଠକଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍

ଭୁବନେଶ୍ୱର : ଟାଟା କମ୍ପାନୀରେ ଚାକିରୀ ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇଥିବା ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କଲେ ହାଇକୋର୍ଟ । ବର୍ତ୍ତମାନ ଦୀର୍ଘ ୬ମାସ ପରେ ଜେଲ୍‌ରୁ ମୁକୁଳିବେ ଆକାଶ ପାଠକ । କିଛି ଦିନ ତଳେ ଆକାଶ ପାଠକଙ୍କ ବାପା ତଥା ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ଜାମିନ୍ ମିଳିଥିଲା । ଗତ ନଭେମ୍ବର ମାସ ୨୭ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଆଇଏଫଏସ ଅଭୟ ପାଠକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ପରେ ତାଙ୍କ ପୁଅ ଆକାଶଙ୍କ କେଳେଙ୍କାରୀ ଧରାପଡିଯାଇଥିଲା । ଏବେ ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ପାଠକ ବାପା-ପୁଅଙ୍କ ସହ ଲିଙ୍କ୍ ଅଭିଯୋଗରେ ଗିରଫ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଧ୍ୟ ଜେଲ୍‌କୁ ମୁକୁଳିସାରିଛନ୍ତି ।

Leave A Reply

Your email address will not be published.