ଆଜି ବି ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ ରାଜ୍ୟର ବହୁ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ପତ୍ତନ ରେ ସୃଷ୍ଟି ହୋଇଥିଲା ଲୋ ପ୍ରେସର ବର୍ତମାନ ଟ୍ରପ୍ ଲାଇନ୍ ରେ ପରିଣତ ହୋଇ ଉତ୍ତର ପଞ୍ଜାବରୁ ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ, ଉତ୍ତର ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଗୂର୍ଣ୍ଣି ବଳୟ ଯୋଗୁଁ ରାଜ୍ୟର ୬ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । ଭଦ୍ରକ୍‌, ଯାଯପୁର, କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ୱର ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲା ଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଏହା ଛଡା ରାଜ୍ୟର ଅନ୍ୟ ଜିଲ୍ଲା ଗୁଡିକରେ ମଧ୍ୟ ମଧ୍ୟମରୁ ସ୍ୱଳ୍ପ ପରିମାଣର ବର୍ଷା ଆଶଙ୍କା ରହିଛି ।

Leave A Reply

Your email address will not be published.