ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୩ ହଜାର ଡେଇଁଲା, ଆଉ ୪୭ ମୃତ

ଭୁବନେଶ୍ୱର : ଶୁକ୍ରବାର ଆସିଥିବା ରିପୋର୍ଟ ଅନୁଯାୟୀ ରାଜ୍ୟରେ ୨୯୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାରର ରିପୋର୍ଟରେ ଏହି ସଂଖ୍ୟା ପୁଣି ୩ ହଜାର ଅତିକ୍ରମ କରିଛି। ସଦ୍ୟ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୫୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ୩୫୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୨୬ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୦୧, ବାଲେଶ୍ୱରରୁ ୨୭୧, ଯାଜପୁରରୁ ୨୫୬ ଓ ପୁରୀ ଜିଲ୍ଲାରୁ ୨୩୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୩୩ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୩୧, ବୌଦ୍ଧରୁ ୩୩, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫୬, ଗଜପତିରୁ ୨୪, ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୧୪୫, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୬୫, କୋରାପୁଟରୁ ୬୯, ମାଲକାନଗିରିରୁ ୬୧, ମୟୂରଭଞ୍ଜରୁ ୧୯୬, ନବରଙ୍ଗପୁରରୁ ୨୨, ନୟାଗଡ଼ରୁ ୧୦୦, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୧୮, ସୋନପୁରରୁ ୨୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.