ଶୁଭେନ୍ଦୁ ଅଧିକାରୀଙ୍କ ଘରେ ପୁଣି ପହଂଚିଲା ସିଆଇଡି ଟିମ୍

ଓଡ଼ିଶା ସମାଚାର (ମିନତୀ ବଳ) : ୨୦୧୮ ମସିହାରେ ବ୍ୟକ୍ତିଗତ ସୁରକ୍ଷାକର୍ମୀ ମୃତ୍ୟୁ ମାମଲା ଏବେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପାଇଁ ଅଡୁଆ ବଢାଇଛି । ଆଜି ପୁଣିଥରେ ପଶ୍ଚିମବଙ୍ଗ ସିଆଇଡି ତରଫରୁ ରାଜ୍ୟ ବିଧାନସଭାର ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବାସଭବନରେ ଚଢାଉ କରିଛି । କହିରଖୁକି, ଏହା ପୂର୍ବରୁ ବୁଧବାର ଦିନ ବି ସିଆଇଡିର ଏକ ଟିମ୍ ଶୁଭେନ୍ଦୁ ଅଧିକାରୀଙ୍କ ବାସଭବନରେ ପହଂଚି ଯାଂଚ କରିଥିଲା । ହେଲେ ସେତେବେଳେ ଶୁଭେନ୍ଦୁ ସେଠାରେ ନଥିଲେ । ସିଆଇଡିର ଟିମ୍ ଶୁଭେନ୍ଦୁ ଅଧିକାରୀଙ୍କ ଭାଇ ତଥା ସାଂସଦ ଦିବ୍ୟନ୍ଦୁ ଅଧିକାରୀଙ୍କ ସହ କଥା ହୋଇ ଫେରିଥିଲେ । କହିରଖୁ କି ୨୦୧୮ ମସିହାରେ ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସୁରକ୍ଷା କର୍ମୀଙ୍କ ମୃତଦେହ ସିନ୍ଦିଗ୍ଧ ଅବସ୍ଥାରେ ଏକ ଘର ଭିତରୁ ମିଳିଥିଲା । ସେତେବେଳେ ଏହାକୁ ଆତ୍ମହତ୍ୟା କହି ମାମଲା ରଫା ଦଫା କରାଯାଇଥିଲା । ହେଲେ କିଛିଦିନ ତଳେ ମୃତ ସୁରକ୍ଷାକର୍ମୀଙ୍କ ପତ୍ନୀ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ଆଣିଥିଲେ । ଏହାପରେ ପୋଲିସ ଏହି ମାମଲାକୁ ପୁଣି ଥରେ ଯାଂଚ ପରିସରଭୂକ୍ତ କରିଥିଲା ।

Leave A Reply

Your email address will not be published.