ରାଜ୍ୟରେ ୨୨୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଓଡିଶା ସମାଚାର (ମିନତୀ ସାନ) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୪୩ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣଙ୍କ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ଥିବା ବେଳେ କଟକରୁ ୩୪୮, ବାଲେଶ୍ୱରରୁ ୧୫୦, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୪, ମୟୂରଭଞ୍ଜରୁ ୯୯, କେନ୍ଦ୍ରାପଡ଼ାରୁ ୯୫ ଓ ଷ୍ଟେଟ୍‌ ପୁଲ୍‌ରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୮୯ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୪, ଭଦ୍ରକରୁ ୭୮, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୧୬, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୫୪, ଗଜପତିରୁ ୧୭, ଗଞ୍ଜାମରୁ ୧୨, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୫, କନ୍ଧମାଳରୁ ୧୪, କେନ୍ଦୁଝରରୁ ୪୨, କୋରାପୁଟରୁ ୧୦, ମାଲକାନଗିରିରୁ ୨୫, ନବରଙ୍ଗପୁରରୁ ୪, ନୟାଗଡ଼ରେ ୬୯, ନୂଆପଡ଼ାରେ ୫, ପୁରୀରେ ୮୪, ରାୟଗଡ଼ାରେ ୨୯, ସମ୍ବଳପୁରରେ ୪୧, ସୋନପୁରରେ ୧୦ ଓ ସୁନ୍ଦରଗଡ଼ ଜିଲ୍ଲାରେ ୪୩ ଜଣ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.