ଏବେ ଚର୍ଚ୍ଚାରେ ସୌମ୍ୟରଞ୍ଜନଙ୍କ ହାତଲେଖା ଚିଠି

ଓଡ଼ିଶା ସମାଚାର (ମିନତୀ ସାନ) : ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ନେଇ  ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ପତ୍ନୀ ବିଦ୍ୟା ଭାରତୀଙ୍କ  ହାତଲେଖା ଚିଠି ପରେ  ଏବେ ସୌମ୍ୟରଞ୍ଜନ ମହାପାତ୍ରଙ୍କ ହାତଲେଖା ଚିଠି ସାମ୍ନାକୁ ଆସିଛି ।  ଫେବୃଆରୀ ୨୨ ଓ ୨୩ ତାରିଖର ଦୁଇଟି ହାତଲେଖା ଚିଠି ସାମ୍ନାକୁ ଆସିଛି । ଉଭୟ ଚିଠି ପତ୍ନୀ ବିଦ୍ୟାଭାରତୀଙ୍କ ଉଦ୍ଦେଶ୍ୟରେ ଲେଖାଯାଇଥିବା ସ୍ପଷ୍ଟ ହୋଇଛି ।  ଏଥିରେ ଉଭୟଙ୍କ ଭିତରେ ଥିବା ମତାନ୍ତର ଓ ମନୋମାଳିନ୍ୟ ସ୍ପଷ୍ଟ ବାରିହୋଇପଡୁଛି । ଚିଠିରେ ସୌମ୍ୟ ଲେଖିଛନ୍ତି,  ଜଣେ ପତ୍ନୀ ଓ ଭଲ ବନ୍ଧୁ ହିସାବରେ  ସେ ତାଙ୍କଠାରୁ ବ୍ୟବହାର ଚାହୁଁଛନ୍ତି । ପତ୍ନୀଙ୍କ ଶିକ୍ଷାଗତ ଯୋଗ୍ୟତା ତାଙ୍କ ପାଇଁ ଗୁରୁତ୍ୱ ରଖେ ନାହିଁ । ଏହାପରେ ଯଦି ବି କିଛି ଘଟେ ସେ ଦିଗରେ ତାଙ୍କର କିଛି ଭୂମିକା ରହିବ ନାହିଁ । ଘରୋଇ ହିଂସା ବିରୋଧରେ ପତ୍ନୀ ଚାହିଁଲେ ଆଇନର ଆଶ୍ରୟ ନେଇପାରିବେ ।  ଆବଶ୍ୟକ ପଡିଲେ ନିଜ ଚାକିରୀରୁ ଇସ୍ତଫା ଦେଇ ସ୍ତ୍ରୀଙ୍କ ସେବା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ଲେଖିଛନ୍ତି ସୌମ୍ୟରଞ୍ଜନ ମହାପାତ୍ର ।  ପତ୍ନୀ ଯାହା ଚାହୁଁଛନ୍ତି ସେ ସବୁ ପୂରଣ କରିବା ପାଇଁ ପ୍ରସ୍ତୁତ ଥିବା କହିଛନ୍ତି ସୌମ୍ୟରଞ୍ଜନ ।

Leave A Reply

Your email address will not be published.