ସ୍ତରୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କଲେ ବିଜୁ ଜନତା ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ବିଧାୟକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସ

ବାଲେଶ୍ୱର : ଆଜି ମୟୁରଭଞ୍ଜ ଜିଲ୍ଲା ଆଦିବାସୀ ସାନ୍ତାଳୀ ସମ୍ପ୍ରଦାୟର ଧାର୍ମିକ, ସାମାଜିକ ଓ ଆଧ୍ୟାତ୍ମିକ ଅନୁଷ୍ଠାନ ଜାହେରର ସମସ୍ୟା ଓ ଉନ୍ନତି ଦିଗରେ ମୁଖ୍ୟମନ୍ତ୍ରୀଙ୍କ ସହ ପରାମର୍ଶ କରି ଅନୁଷ୍ଠାନର ମୁଖିଆ ଏବଂ ଜିଲ୍ଲା, ବ୍ଲକ ଓ ଗ୍ରାମପଞ୍ଚାୟତ ସ୍ତରୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କଲେ ବିଜୁ ଜନତା ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁରର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସ ଏବଂ ସେମାନଙ୍କ ସମସ୍ୟା ଖୁବ ଶୀଘ୍ର ସମାଧାନ ହୋଇ ସମସ୍ତ ଦିଗରୁ ଉନ୍ନତି ହେବ ବୋଲି ପ୍ରତିଶ୍ରୁତି ଦେଲେ । ଉକ୍ତ ଆଲୋଚନାରେ ଧାମନଗରର ପୂର୍ବତନ ବିଧାୟକ ତଥା ରାଇରଙ୍ଗପୁର ଓ ସାରସକଣା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ମୁକ୍ତିକାନ୍ତ ମଣ୍ଡଳ, ଜିଲ୍ଲା ସଭାପତି କାଶୀନାଥ ହେମ୍ବ୍ରମ, ଦେବାଶିଷ ମାରାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.