ଭାରତରେ କରୋନା: ୨୪ ଘଣ୍ଟାରେ ୩୦,୧୨୫ ନୂଆ ସଂକ୍ରମିତ

ନୂଆଦିଲ୍ଲୀ, ଜୁଲାଇ ୨୭ : କରୋନା ଭାଇରସ୍‌ର ୨ୟ ଲହରରେ ଭାରତରେ ହ୍ରାସ ପାଉଛି । ବିଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ତୁଳନାରେ ୧୦ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୧୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟ ମଧୟରେ ୪୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବିଗତ ୨୪ ଘଣ୍ଟା ପୂର୍ବରୁ ଦେଶରେ ୩୮ ହଜାର ୧୧୨ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିଲେ ଏବଂ ୫୬୦ ଜଣ ଲୋକଙ୍କର ମୃତ୍ୟୁ ହୋଇଥିଲା ।ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ହଜାର ୬୪୮ଜଣ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫ ହଜାର ୩୦୬କୁ ହ୍ରାସ ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୧୪ ଲକ୍ଷ ୩୯ ହଜାର ୭୬୪ ପହଂଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୧ ହଜାର ୪୧୧କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।

Leave A Reply

Your email address will not be published.