ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,ଜୁଲାଇ 29 : ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୭୬୮ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୭୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୬୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୩୭ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୭୮ ଲୋକାଲ କେସ୍‌ ରହିଛି। 

Leave A Reply

Your email address will not be published.