ଭାରତରେ କରୋନା: ୨୪ ଘଣ୍ଟାରେ ୪୩,୨୧୧ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ, ଜୁଲାଇ ୨୯ : ଭାରତରେ କରୋନା ଭାଇରସ୍‌ର ୨ୟ ଲହର ଯଦିଓ ହ୍ରାସ ପାଉଛି, ସଂକ୍ରମଣ ପୁଣି ଥରେ ଉପର ମୁହାଁ ହେଉଛି । ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ ଯେତିକି ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, ତାଠାରୁ ଅଧିକ ମାତ୍ରାରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।   କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାର ୨୧୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୪୧ ଜଣଙ୍କର ମୃତ୍ୟୁ ହୋଇଛି । ବିଗତ ୨୪ ଘଣ୍ଟା ପୂର୍ବରୁ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୯୨୮ ଥିଲା ବେଳେ ୬୪୦ ଆକ୍ରାନ୍ତ ପ୍ରାଣ ହାରିଥିଲେ ।   ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୭୩୨ଜଣ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୯ ହଜାର ୮୦୫କୁ ବୃଦ୍ଧି ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୧୫ ଲକ୍ଷ ୨୬ ହଜାର ୬୨୨ ପହଂଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୨ ହଜାର ୬୯୫କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।

Leave A Reply

Your email address will not be published.