ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ଜୁଲାଇ ୩୦ : ରାଜ୍ୟରେ ଦୁଇ ଦିନ ହେଲାଣି ଲଘୁଚାପ ଯନିତ ବର୍ଷା ଜାରି ରହିଛି । ପୁରା ଓଡ଼ିଶା ଏବେ ଏହି ଲଘୁଚାପ ବର୍ଷାରେ ଭିଜୁଥିବା ବେଳେ ଆଉ ୨ ଦିନ ରାଜ୍ୟରେ ଲଘୁଚାପର ପ୍ରଭାବ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଉତ୍ତରବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବଙ୍ଗୋପସାଗର ଉପକୂଳବର୍ତ୍ତୀ ଅଞ୍ଚଳ ଓ ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଯାହାର ପ୍ରଭାବରେ ପୁରା ଓଡ଼ିଶାରେ ବର୍ଷା ଜାରି ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୂଯାଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ତେଣୁ ରାଜ୍ୟର ଅନେକ ଜିଲ୍ଲା ଗୁଡିକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ୩୧ ତାରିଖରେ ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝରର କିଛି କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.