ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,ଜୁଲାଇ 31 : ଗତ ୨୪ ଘଣ୍ଟା ମଧ୍ୟରେ ୧୫୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୯୦୨ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୭ ହଜାର ୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୬ ହଜାର୩୮୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୪ ହଜାର ୯୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୯୦୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୦୨୨୬୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.