ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ ହାର

ଭୁବନେଶ୍ୱର, ଅଗଷ୍ଟ ୨ : ଏବେ ରାଜ୍ୟରେ କରୋନା ମହାମାରୀର ଦ୍ୱିତୀୟ ଲହରର ପ୍ରଭାବ ଧିରେ ଧିରେ କମିବାରେ ଲାଗିଛି । ଦୈନିକ ସଂକ୍ରମଣ ହାର ମଧ୍ୟ କ୍ରମାଗତ ଭାବରେ ତଳମୁହାଁ ହେଉଛି । ଆଜି ଗତ ୨୪ ଘଣ୍ଟାମଧ୍ୟରେ ରାଜ୍ୟରେ ୧୦୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୪ ଜଣ ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୦୩୩କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.