ଭାରତରେ କରୋନା : ୨୪ ଘଣ୍ଟାରେ ୪୨୪ ମୃତ

ନୂଆଦିଲ୍ଲୀ, ଅଗଷ୍ଟ ୦୨ : ଭାରତରେ କରୋନା ଭାଇରସ୍ ସଂକ୍ରମଣର ୨ୟ ଲହର ହ୍ରାସ ପାଇଥିଲେ ବି ସଂପୂର୍ଣ୍ଣ ନିୟନ୍ତ୍ରଣକୁ ଆସିପାରି ନାହିଁ । ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ ଯେତିକି ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, ତାଠାରୁ ଅଧିକ ମାତ୍ରାରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାର ୭୮୪ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୨୪ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟା ପୂର୍ବରୁ ଦେଶରେ ୪୧ ହଜାର ୭୯୦ ନୂଆ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫୪୨ ଜଣଙ୍କର ମୃତ୍ୟୁ ହୋଇଥିଲା । କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୦ ହଜାର ୮୭୯କୁ ବୃଦ୍ଧି ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୧୬ ଲକ୍ଷ ୯୫ ହଜାର ୭୮୪ ପହଂଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୪ ହଜାର ୮୦୮କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ । 

Leave A Reply

Your email address will not be published.