ପୁଣି ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ

ଟୋକିଓ, ଅଗଷ୍ଟ ୧ ଅଲିମ୍ପିକ୍ସରେ ପଦକ ଜିତିଲେ ଷ୍ଟାର୍ ଶଟଲର୍ ପିଭି ସିନ୍ଧୁ। ସେମି ଫାଇନାଲରେ ହାରିବା ପରେ ସିନ୍ଧୁ ବ୍ରୋଞ୍ଚ ପଦକ ପାଇଁ ଆଶାୟୀ ଥିଲେ ।ଆଜି ପ୍ରତିପକ୍ଷ ଚୀନ୍‌ର ବିଙ୍ଗଜିୟାଓଙ୍କୁ ହରାଇ ବ୍ରୋଞ୍ଜ ପଦକ ହାତେଇଛନ୍ତି ପିଭି ସିନ୍ଧୁ । ଫାଇନାଲରୁ ବଞ୍ଚିତ ହୋଇଥିବା ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଲ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୨ରେ ପହଞ୍ଚିଛି । ରବିବାର ଖେଳାଯାଇଥିବା ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଚାଇନାର ହି ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨୧-୧୩, ୨୧-୧୫ ଗେମରେ ହରାଇ ଏହି ସଫଳତା ଅର୍ଜନ କରିଛନ୍ତି । 

Leave A Reply

Your email address will not be published.