ଆଉ ୬୯ ମୁଣ୍ଡ ନେଲା କରୋନା ମହାମାରୀ

ଭୁବନେଶ୍ୱର, ଅଗଷ୍ଟ ୩ : ରାଜ୍ୟରେ କରୋନା ମହାମାରୀ ଆୟତକୁ ଆସୁଥିବା ବେଳେ ମୃତ୍ୟୁ ସଂଖ୍ୟା ସଂଖ୍ୟାକୁ ନେଇ ଚିନ୍ତା ବଢିଛି । ଏବେବି ରାଜ୍ୟରେ କରୋନା ମୃତ୍ୟୁରେ ବ୍ରେକ୍ ଲାଗୁ ନାହିଁ । ପୁଣି ୬୯ ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩, କଟକରୁ ୯, ପୁରୀରୁ ୭, କେନ୍ଦ୍ରାପଡାରୁ ୬, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.