ଭାରତରେ ୨୪ ଘଣ୍ଟାରେ ୪୮୦ ମୃତ, ୪୨ ହଜାର ୭୮୯ ଲୋକ ସଂକ୍ରମିତ

ନୂଆଦିଲ୍ଲୀ, ଅଗଷ୍ଟ ୦୪ : ଭାରତରେ କରୋନା ସଂକ୍ରମଣ ଉପର ମୁହାଁ ହୋଇଛି । ସଂକ୍ରମଣ ନିୟନ୍ତ୍ରଣକୁ ଆସିପାରୁ ନାହିଁ । କେତେବେଳେ ବଢ଼ିଯାଉଛି ତ ପରବର୍ତ୍ତୀ ଦିନରେ ପୁଣି ହ୍ରାସ ପାଇଯାଉଛି ।  ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ ୪୨ ହଜାର ୫୬୬ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୫୬୧ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବିଗତ ୨୪ ଘଣ୍ଟା ପୂର୍ବରୁ ଦେଶରେ ୩୦ ହଜାର ୩୧ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । କିନ୍ତୁ ମୃତ୍ୟୁ ସଂଖ୍ୟା ଥିଲା ୪୨୦ ଜଣ ।   କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୬ ହଜାର ୮୨୮କୁ ବୃଦ୍ଧି ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୧୭ ଲକ୍ଷ ୬୭ ହଜାର ୯୬୫ ପହଂଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୫ ହଜାର ୭୮୯କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।

Leave A Reply

Your email address will not be published.