ଆମେରିକା-ଭାରତ ପରେ ବ୍ରାଜିଲରେ ସ୍ଥିତି ଦୟନୀୟ

ନୂଆଦିଲ୍ଲୀ, ଅଗଷ୍ଟ ୦୫ : କରୋନା ଭାଇରସ ସଂକ୍ରମଣ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇଛି । ଆମେରିକା ଓ ଭାରତ ପରେ ୩ୟ ରାଷ୍ଟ୍ର ଭାବେ ବ୍ରାଜିଲରେ କାୟା ବିସ୍ତାର କରିଛି । ଏପର୍ଯ୍ୟନ୍ତ ଦେଶରେ ୨ କୋଟି ଲୋକ ସଂକ୍ରମିତ ହୋଇସାରିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୬ ଲକ୍ଷ ୭୫ ହଜାର ୬୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯ ହଜାର ୯୫୦ ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ବିଶ୍ୱରେ ଆଜି ପର୍ଯ୍ୟନ୍ତ ୨୦ କୋଟି ୯ ଲକ୍ଷ ୨୬ ହଜାର ୫୮୦ ଜଣ ଲୋକ କରୋନା ଭାଇରସରେ ସଂକ୍ରମିତ ହୋଇସାରିଥିବା ବେଳେ ୪୨ ଲକ୍ଷ ୬୮ ହଜାର ୮୬୪ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । କରୋନା ଭାଇରସ କବଳରେ ପଡ଼ିଥିବା ୧୮ କୋଟି ୮ ଲକ୍ଷ ୮୮ ହଜାର ୮୩୧ ଜଣ ସୁସ୍ଥ ହୋଇଥିବା ବେଳେ ୧ କୋଟି ୫୭ ଲକ୍ଷ ୬୮ ହଜାର ୮୮୫ ଜଣ ଲୋକ ସକ୍ରିୟ ଅଛନ୍ତି । ଏବେ ବିଶ୍ୱବ୍ୟାପୀ ୯୩ହଜାର ୪୭୦ ଜଣ ରୋଗୀଙ୍କ ଅବସ୍ଥା ଗୁରୁତର ଅଛି ।  ଆମେରିକାରେ ଆଜି ସକାଳ ୬ଟା ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୬୧ ଲକ୍ଷ ୭୩ ହଜାର ୭୬୯କୁ ବୃଦ୍ଧି ପାଇଛି । ଦେଶରେ ୬ ଲକ୍ଷ ୩୧ ହଜାର ୨୮୩ ଜଣଙ୍କର ମୃତ୍ୟୁ ହୋଇଛି ।  

Leave A Reply

Your email address will not be published.