ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର,ଅଗଷ୍ଟ ୦୬ : ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୪ ହଜାର ୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୩ ହଜାର ୦୦୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୫ ହଜାର ୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ଏହା ସହ କରୋନା ଯୋଗୁଁ ୬୩୦୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.