ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ

ଭୁବନେଶ୍ୱର ,ଅଗଷ୍ଟ ୦୬ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୪୭୩୧ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୦୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୦୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୪୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୦୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୫୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.