ରାଜ୍ୟରେ ୧୦୯୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୫୯ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୩୬୬କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୯ ଜଣ ଥିବା ବେଳେ ଅନୁଗୋଳରୁ ୪୦, ବାଲେଶ୍ୱରରୁ ୭୭, ବରଗଡ଼ରୁ ୧୧, ଭଦ୍ରକରୁ ୨୧, ବଲାଙ୍ଗିରରୁ ୭, କଟକରୁ ୯୨, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯, ଗଜପତିରୁ ୪, ଗଞ୍ଜାମରୁ ୫, ଜଗତସିଂହପୁରରୁ ୫୮, ଯାଜପୁରରୁ ୬୮, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୩, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୩୬, କେନ୍ଦୁଝରରୁ ୧୩, କୋରାପୁଟରୁ ୭, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୩୨, ନୟାଗଡ଼ରୁ ୨୯, ନୂଆପଡ଼ାରୁ ୨, ପୁରୀରୁ ୪୮, ରାୟଗଡ଼ାରୁ ୬, ସମ୍ବଲପୁରରୁ ୮, ସୋନପୁରରୁ ୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.