ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ଅଗଷ୍ଟ ୯ : ରାଜ୍ୟରେ କରୋନା ମହାମାରୀର ଦ୍ୱିତୀୟ ଲହରର ପ୍ରଭାବ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି ।  ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ ଓ ବରଗଡ଼ ଜିଲ୍ଲାରୁ ୭ ଜଣଙ୍କ ମୁଣ୍ଡ ନେଇଛି କରୋନା । ସେହିଭଳି ବଲାଙ୍ଗିରରୁ ୩, ନୂଆପଡାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏଥିସହିତ ଝାରସୁଗୁଡା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.