ଭାରତରେ କରୋନା: ୨୪ ଘଣ୍ଟାରେ ୩୭୬ ମୃତ

ନୂଆଦିଲ୍ଲୀ, ଅଗଷ୍ଟ ୧୦ : ଦୀର୍ଘ ଦିନ ପରେ ଭାରତରେ ପୁଣି ଥରେ କମ ସଂଖ୍ୟାରେ ଲୋକେ  କରୋନା ଭାଇରସ ସଂକ୍ରମଣର ଶିକାର ହୋଇଛନ୍ତି । ଆକ୍ରାନ୍ତଙ୍କ ତୁଳନାରେ ଦେଢ଼ ଗୁଣ ଲୋକ ସୁସ୍ଥ ହୋଇଛନ୍ତି । ଦେଶରେ କରୋନାର ୨ୟ ଲହର ହ୍ରାସ ପାଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୪୨୯ ଜଣ ଲୋକ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ସମୟ ମଧ୍ୟରେ ୩୭୬ ଜଣ ଲୋକଙ୍କର କରୋନାରେ ମୃତ୍ୟୁ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ହଜର ୪୬୧ ଜଣ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି । କିନ୍ତୁ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬ ହଜାର ୩୫ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିଲେ ଏବଂ ୪୪୭ ଜଣଙ୍କ ପ୍ରାଣହାନୀ ଘଟିଥିଲା ।  କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୪ ହଜାର ୯୧୯କୁ ହ୍ରାସ ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୧୯ ଲକ୍ଷ ୯୭ ହଜାର ୧୭ ପହଂଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୮ ହଜାର ୭୧୫କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।

Leave A Reply

Your email address will not be published.