ରାଜ୍ୟରେ ଦିନକ ମଧ୍ୟରେ ଆଉ ୬୭ କରୋନା ସଂକ୍ରମିତଙ୍କର ମୃତ୍ୟୁ

ଭୁବନେଶ୍ବର, ଅଗଷ୍ଟ ୧୨ ରାଜ୍ୟରେ ଦିନକ ମଧ୍ୟରେ ଆଉ ୬୭ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୯୭କୁ ବୃଦ୍ଧିପାଇଛି। ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୧୮ ଜଣ ରହିଛନ୍ତି। ସେହିଭଳି ଖୋର୍ଦ୍ଧାରୁ ୧୧ ଓ ସମ୍ବଲପୁର ଜିଲାରେ ୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଦିନକ ମଧ୍ୟରେ ଯାଜପୁରରୁ ୫, କେନ୍ଦ୍ରାପଡା ଓ ମୟୁରଭଞ୍ଜରୁ ୪ ଜଣ ଲେଖାଏଁ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ସେହିଭଳି ଢେଙ୍କାନାଳ ଓ ସୋନପୁର ଜିଲାରେ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର ଓ ପୁରୀରେ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଭଦ୍ରକ, ଜଗତସିଂହପୁର ଓ କଳାହାଣ୍ଡି ଜିଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.