ଭାରତରେ କରୋନା: ୨୪ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ତୁଳନାରେ କମ୍ ସୁସ୍ଥ

ନୂଆଦିଲ୍ଲୀ, ଅଗଷ୍ଟ ୧୪ : କରୋନା ଭାଇରସ ସଂକ୍ରମଣର ୨ୟ ଲହର ଜାରି ରହିଛି । ଭାରତରେ ବିଗତ ୨୪ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ତୁଳନାରେ କମ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୭୧୩ ଜଣ ନୂଆ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ମହାମାରୀରୁ ୩୬ ହଜାର ୫୬୩ ଜଣ ସୁସ୍ଥ ହୋଇଛନ୍ତି । କିନ୍ତୁ ୪୭୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବିଗତ ୨୪ ଘଣ୍ଟା ପୂର୍ବରୁ ଦେଶରେ ୪୦ ହଜାର ୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି ସମୟ ମଧ୍ୟରେ ୪୧ ହଜାର ୭୦୯ ଲୋକ ସୁସ୍ଥ ହୋଇଥିବା ବେଳେ ୫୮୩ ଜଣ ଲୋକଙ୍କର ମୃତ୍ୟୁ ହୋଇଥିଲା ।କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୪ ହଜାର ୫୬୩ରେ ପହଂଚିଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୧ ଲକ୍ଷ ୫୫ ହଜାର ୭୬୫ ପହଂଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୦ ହଜାର ୭୫୯କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ । 

Leave A Reply

Your email address will not be published.